ନ୍ୟୁଜ୍

ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୋଦି

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ଣରେ ବାତ୍ୟା ଅମ୍ଫାନ ଦ୍ଵାରା ହୋଇଥିବା କ୍ଷୟକ୍ଷତି ଅାକଳନ କରିବାକୁ ଓଡ଼ିଶାରେ ପହଁଚିଥିଲେ। ଏକ ସ୍ଵତନ୍ତ୍ର ହେଲିକପ୍ଟର ଯୋଗେ ସେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ସମୟରେ ସେ ଭଦ୍ରକ ଜିଲ୍ଲାର ସର୍ବାଧିକ କ୍ଷତିଗ୍ରସ୍ତ ବ୍ଲକ ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ସମେତ ତିହିଡ଼ି ଓ ଧାମରାରେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବାଲେଶ୍ୱର ଜିଲ୍ଲାର ଉପକୂଳବର୍ତ୍ତୀ ଅଞ୍ଚଳ ତଥା ସର୍ବାଧିକ କ୍ଷତିଗ୍ରସ୍ତ ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା ଓ ଜଳେଶ୍ୱର ବ୍ଲକ ପରିଦର୍ଶନ କରିଛନ୍ତି।

ଏହି ସମୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ହେଲିକପ୍ଟରରେ ଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top