ନ୍ୟୁଜ୍

ପୁଣି ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡା:  ରାଜ୍ୟରେ ବଢ଼ି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଆଜି ଝାରସୁଗୁଡା ଜିଲ୍ଲାରୁ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି  । ୨ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୧ ବର୍ଷର ଶିଶୁ ଥିବାବେଳେ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଅଛନ୍ତି ।  ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ ଏ ବାବଦରେ ସୂଚନା ଦେଇଛନ୍ତି  । ମିଳିଥିବା ସୂଚନା ମୁତାବକ ଝାରସୁଗୁଡା ଜିଲ୍ଲାର ମଙ୍ଗଳବଜାର ଅଂଚଳର ଜଣେ ୧ ବର୍ଷର ଶିଶୁ କନ୍ୟା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି  । ଏହି ଶିଶୁଙ୍କ ପରିବାର ବାହାର ରାଜ୍ୟରୁ ଫେରି ହୋମ କ୍ଵାରେଣ୍ଟିନରେ ଥିଲେ  ।

ଗତକାଲି ଚିହ୍ନଟ ହୋଇଥିବା ୫ ବର୍ଷୀୟ ଶିଶୁ ଏହି ୧ ବର୍ଷୀୟ ଶିଶୁଙ୍କ ଭାଇ ବୋଲି ଜଣାପଡିଛି  । ଅନ୍ୟ ଆକ୍ରାନ୍ତ ଜଣକ ମହାରାଷ୍ଟ୍ରରୁ ଫେରିଥିବାବେଳେ ସେ କ୍ଵାରେଣ୍ଟିନ ସେଣ୍ଟରରେ ଥିଲେ ।

ରାଜ୍ୟରେ ମୋଟ କରୋନା ପଜିଟିଭଙ୍କ ସଂଖ୍ୟା ୧୧୯୧ରେ ପହଂଚିଥିବାବେଳେ ୪୩୬ ଜଣ ସୁସ୍ଥ ହୋଇଛନ୍ତି  । ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏବେ ୭୪୮ଟି ସକ୍ରିୟ ମାମଲା ରହିଛି  ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top