ନ୍ୟୁଜ୍

ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ସଂକ୍ରମିତ ଚିହ୍ନଟ

ଅର୍ଗସ ବ୍ୟୁରୋ : ଆଜି ରାଜଧାନୀରୁ ପୁଣି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମହାନଗର ନିଗମରୁ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୬ ଜଣ ରହିଥିବା ବେଳେ ୨୮୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହିକ୍ରମରେ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୯୫ରେ ପହଞ୍ଚିଛି । ଏନେଇ ବିଏମସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାସହ ୪୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top