ଦେଶ

ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

naxal

ଅର୍ଗସ ବ୍ୟୁରୋ:  ବିହାରର ପଶ୍ଚିମ ଚମ୍ପାରନର ବାଗହା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିବା ପରେ ସୀମା ସଶସ୍ତ୍ର ବଳ ଓ ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ) ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ପୋଲିସ ଏବଂ ନକ୍ସଲ ମଧ୍ୟରେ ଗୁଳି ବିନିମୟରେ ଚାଲିଥିଲା। ଏଥିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି।

ସୂଚନାନୁସାରେ, ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ପକ୍ଷରୁ କମ୍ବିଂ ଅପରେସନ ବେଳେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ‌ ଉପରକୁ ପ୍ରଥମେ ଆକ୍ରମଣ କରିଥିଲା। ଏହାର ପାଲଟା ଜବାବରେ ସୁରକ୍ଷାବଳ ପକ୍ଷରୁ ମଧ୍ୟ ଆଖିବୁଜ ଗୁଳି ଚାଳନା ହୋଇଥିଲା । ବହୁ ସମୟ ଧରି ଗୁଳି ବିନିମୟ ଜାରି ରହିଥିଲା । ଏଥିରେ ୪ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top