ନ୍ୟୁଜ୍

ଆଜି ପୁଣି କଟକ ସହରରୁ ୪୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୫୪ ନୂଆ କରୋନା ପଜିଟିଭଙ୍କ ମଧ୍ୟରୁ ୪୩ ଜଣ ସିଏମସି ଅଞ୍ଚଳର ବୋଲି ଜଣାପଡିଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ଟ୍ୱିନ୍‌ ସିଟି ସ୍ଥିତି ସଙ୍ଗୀନ । ବିଏମସି ତୁଳନାରେ ସିଏମସିରେ କମ୍‌ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଉଭୟ ସ୍ଥାନରେ ସ୍ଥାନୀୟ ସଂକ୍ରମଣ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।

ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ସିଏମସିରୁ ୯୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୪୭୮ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୪୬୧ ଜଣ ଚିକିତ୍ସିତ ଅବସ୍ଥାରେ ରହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top