ଦେଶ

ସୁସ୍ଥ ହୋଇ ଘରକୁ ଫେରିଲେ ଅଭିନେତା ଅମିତାଭ ବଚ୍ଚନ

amitabh batchhan

ମୁମ୍ବାଇ: ବଲିଉଡ ଅଭିନେତା ଅମିତାଭ ବଚ୍ଚନ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । କରୋନା ରିପୋର୍ଟ ନେଗେଟିଭ୍‌ ଆସିବା ପର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏନେଇ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

ଅଭିଷେକ ଟ୍ୱିଟ୍‌ କରି ଲେଖିଛନ୍ତି, ‘ ମୋ ବାପାଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି । ଶେଷ ଟେଷ୍ଟରେ ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ସେ ଘରକୁ ଯିବେ ଏବଂ ବିଶ୍ରାମ କରିବେ । ଆପଣ ସମସ୍ତଙ୍କୁ ଧନ୍ୟବାଦ ।’

ପ୍ରଥମେ ଅମିତାଭ ବଚ୍ଚନ ଏବଂ ପରେ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ପରବର୍ତ୍ତୀ ସମୟରେ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ଓ ଝିଅ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ ।

ଅମିତାଭ ବଚ୍ଚନ ଓ ଅଭିଷେକ ବଚ୍ଚନ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବେଳେ ହୋମ ଆଇସୋଲେସନରେ ଥିଲେ ଐଶ୍ୱର୍ଯ୍ୟା ଓ ତାଙ୍କ ଝିଅ । ପରେ ସେମାନଙ୍କୁ ମଧ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ନିକଟରେ ଐଶ୍ୱର୍ଯ୍ୟା ତାଙ୍କ ଝିଅ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେ ଅମିତାଭ ସୁସ୍ଥ ହୋଇ ଫେରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top