ରାଜ୍ୟ

ଭୁବନେଶ୍ୱରରେ ୪ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୩ ପଜିଟିଭ୍‌ ଚିହ୍ନଟ

corona

ଭୁବନେଶ୍ୱର: ଭୁବନେଶ୍ୱରରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କେବଳ ରାଜଧାନୀରେ ୪ ହଜାର ଟିପଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଭୁବନେଶ୍ୱରରୁ ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି ।

ଚିହ୍ନଟ ହୋଇଥିବା ୧୩୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୦୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୭୩ ଜଣ ସୁସ୍ଥ ହୋଇଛନ୍ତି ଓ ୨୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୬୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top