ନ୍ୟୁଜ୍

ପୁଣି ଜଣେ କୋରୋନା ଆକ୍ରାନ୍ତ ମୃତ

ବ୍ରହ୍ମପୁର: ରାଜ୍ୟରେ ଆଜି ପୁଣି ଜଣେ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ହେଲେ 52 ବର୍ଷିୟ ପୁରୁଷ  । ସେ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡ଼ିଛି । ତେବେ ସେ କ୍ୟାନ୍ସର ରୋଗରେ ପିଡିତ ଥିଲେ । ଆଜି ମଧ୍ୟ ରାଜ୍ୟରେ ୨୫୧ କୋରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୮ ଜଣ କ୍ଵାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମଣ। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଏହି କ୍ରମରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଥିବା ବେଳେ ୫୧୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦିନକୁ ଦିନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top