ଦେଶ

ବ୍ୟାଙ୍କ ମିଶ୍ରଣକୁ ମଞ୍ଜୁରି: ଏପ୍ରିଲ ୧ରୁ ଦେଶକୁ ମିଳିବ ୪ ନୂଆ ବ୍ୟାଙ୍କ

nirmala sitharaman

ନୂଆଦିଲ୍ଲୀ: ଆସନ୍ତା ଏପ୍ରିଲ ୧ ତାରିଖରୁ ଦେଶକୁ ୪ଟି ନୂଆ ଓ ବଡ଼ ସରକାରୀ ବ୍ୟାଙ୍କ ମିଳିବ । ବ୍ୟାଙ୍କ ମିଶ୍ରଶକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ ଅନୁମୋଦନ ଦେଇଛି । ଦେଶରେ ଥିବା ୧୦ଟି ବ୍ୟାଙ୍କକୁ ଭାଙ୍ଗି ସରକାର ୪ଟି ନୂଆ ବ୍ୟାଙ୍କ ଗଠନ କରିବେ ବୋଲି ଘୋଷଣା କରିଥିଲେ ।

ନିଷ୍ପତ୍ତି ଅନୁଯାୟୀ, ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଓରିଏଣ୍ଟାଲ୍ ବ୍ୟାଙ୍କ ଅଫ୍ କମର୍ସକୁ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ, ସିଣ୍ଡିକେଟ୍ ବ୍ୟାଙ୍କକୁ କାନାଡା ବ୍ୟାଙ୍କ, ଆହ୍ଲାବାଦ ବ୍ୟାଙ୍କ ସହିତ ଇଣ୍ଡିଆନ୍ ବ୍ୟାଙ୍କ ଏବଂ ଆନ୍ଧ୍ର ବ୍ୟାଙ୍କ-କର୍ପୋରେସନ୍ ବ୍ୟାଙ୍କକୁ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ସହିତ ମିଶ୍ରଣ କରାଯିବ ।

୨୦୧୭ ମସିହାରେ ଦେଶରେ ମୋଟ ୨୭ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ରହିଥିଲା। କିନ୍ତୁ ଗତ ୨ ବର୍ଷରେ ଏହି ବ୍ୟାଙ୍କ ସଂଖ୍ୟା ୨୭ରୁ ୧୨କୁ ହ୍ରାସ ପାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top