ଜୀବନ ମନ୍ତ୍ର

ମକର ସଂକ୍ରାନ୍ତିରେ ସମସ୍ତ ଅଫିସ, ସ୍କୁଲ ଛୁଟି

School

ଭୁବନେଶ୍ୱର: ମକର ସଂକ୍ରାନ୍ତି ପାଇଁ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା 15 ଜାନୁଆରୀ ମକର ସଂକ୍ରାନ୍ତିରେ ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ଶିକ୍ଷାନୁଷ୍ଠାନ ଛୁଟି ରହିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି ।

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର‌୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ

Click to comment

Leave a Reply

Your email address will not be published. Required fields are marked *

Most Popular

To Top