ଜୀବନ ମନ୍ତ୍ର

ବିଇଓ ଓ ଡିଇଓଙ୍କ ଅଫିସରେ ୬ ବର୍ଷ ରହିଥିଲେ ବଦଳି

samir ranjan dash

ଭୁବନେଶ୍ୱର: ଏଣିକି ବିଇଓ ଏବଂ ଡିଇଓ ଅଫିସରେ କାର୍ଯ୍ୟରତ କିରାଣିଙ୍କ ପାଇଁ ଆସିଲା ନୂଆ ନିୟମ । ୬ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିଥିବା କିରାଣିଙ୍କ ବଦଳି କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ।

ବଲାଙ୍ଗିର ଶିକ୍ଷା ଜିଲ୍ଲା ଅଧିନରେ ଥିବା ବିଇଓ ଅଫିସରେ କାର୍ଯ୍ୟରତ ବରିଷ୍ଠ କିରାଣୀଙ୍କ ଜାଲିଆତି ଘଟଣା ସାମନାକୁ ଆସିବା ପରେ ଚେତିଛନ୍ତି ରାଜ୍ୟ ସରକାର । ତେଣୁ ବ୍ଲକ ଶିକ୍ଷା ଅଧିକାରୀ ଓ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କିରାଣିଙ୍କୁ ଅନ୍ୟତ୍ର ବଦଳି କରାଯିବ ।

ଏନେଇ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଶିକ୍ଷାବର୍ଷ ଆରମ୍ଭରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top