ଜୀବନ ମନ୍ତ୍ର

ପୁରୀରେ ରଥଯାତ୍ରା ପାଇଁ ସାରା ବିଶ୍ୱ ଆନନ୍ଦିତ: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର:  ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିବାର ସଦସ୍ୟଙ୍କ ସହ ନୂଆଦିଲ୍ଲୀ ସ୍ଥିତ ହଜଖାସ ମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସାଢ଼େ ଚାରି କୋଟି ଓଡ଼ିଶାବାସୀ ଏବଂ ସମଗ୍ର ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ଶ୍ରୀ ପ୍ରଧାନ କହିଛନ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପୁରୀରେ ନିୟନ୍ତ୍ରିତ ଢ଼ଙ୍ଗରେ ରଥଯାତ୍ରା ଉତ୍ସବକୁ ପାଳନ କରାଯାଉଛି । ଏଥିପାଇଁ ସମଗ୍ର ବିଶ୍ୱରେ ମହାପ୍ରଭୁଙ୍କ ଭକ୍ତ ଅତ୍ୟନ୍ତ ଆନନ୍ଦିତ ।

 ବିଶ୍ୱ ମହାମାରୀ କରୋନା ସହ ସାରା ବିଶ୍ୱ ଯେତେବେଳେ ସଂଘର୍ଷ କରୁଛି, ଏହାକୁ ସାମ୍ନା କରିବା ପାଇଁ ମହାପ୍ରଭୁଙ୍କ ଆଶୀର୍ବାଦର ଆବଶ୍ୟକତା ରହିଛି । ମହାପ୍ରଭୁଙ୍କ ଆଶୀର୍ବାଦ ସମସ୍ତଙ୍କ ଉପରେ ରହିଥାଉ ବୋଲି ଶ୍ରୀ ପ୍ରଧାନ ପ୍ରାର୍ଥନା କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top