ଜୀବନ ମନ୍ତ୍ର

କାହିଁକି କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ ?

ଭୁବନେଶ୍ୱର: କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ଏବଂ ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା । ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟକରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି ।ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି ।

ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ଵିକ ଖାଦ୍ୟ ଭୋଜନ କରନ୍ତି । ଏହିପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ ।ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ ।

ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ଵାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ଵାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତକରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।

କାର୍ତ୍ତିକ ମାସର ଶେଷ ପାଞ୍ଚଦିନ ଅର୍ଥାତ୍ କାର୍ତ୍ତିକ ଶୁକ୍ଳ ଏକାଦଶୀ ଠାରୁ ପୂର୍ଣ୍ଣମୀ ପର୍ଯ୍ୟନ୍ତ ପରମ ପବିତ୍ର ଦିବସ  । ଏହି ପଞ୍ଚକରେ ତେତିଶ କୋଟି ଦେବତା ମନୁଷ୍ୟମାନଙ୍କର ସନ୍ନିକଟ ହୋଇଯାନ୍ତି  । ଏହି ସମୟରେ ଏକଲକ୍ଷ ତୁଳସୀପତ୍ର ଚଢାଇ ବିଷ୍ଣୁଙ୍କୁ ପୂଜାକଲେ, ସମସ୍ତ ଦେବତା ପ୍ରସନ୍ନହୋଇ ବର ପ୍ରଦାନକରନ୍ତି  । ପାଞ୍ଚଦିନ ଗୋବିନ୍ଦ ନାମ ସ୍ମରଣକଲେ ଅକ୍ଷୟପୁଣ୍ୟ ପ୍ରାପ୍ତିହୁଏ  । “ଗୋବିନ୍ଦ ଗୋବିନ୍ଦ ହରେ ମୁରାରେ ଗୋବିନ୍ଦ ଗୋବିନ୍ଦ ମୁକୁନ୍ଦକୃଷ୍ଣ / ଗୋବିନ୍ଦ ଗୋବିନ୍ଦ ରଥାଙ୍ଗ ପାଣେ ଗୋବିନ୍ଦ ଦାମୋଦର ମାଧବେତି ”  । ଭାଗବତ ଏବଂ ଗୀତା ପାଠ କରିବା ବିଧେୟ  । ଏହିସମୟରେ ପ୍ରତ୍ୟେହ ଗୀତାର ଗୋଟିଏ ଶ୍ଳୋକ ପାଠକରି ମଧ୍ୟ ମନୁଷ୍ୟ ଜୀବନ୍ମୁକ୍ତ ହୋଇଯିବ ।

Courtesy: Odisha Astrology

Click to comment

Leave a Reply

Your email address will not be published. Required fields are marked *

Most Popular

To Top