X
Breaking News
ନ୍ୟୁଜ୍

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ଦିନ ଯାଏ ବର୍ଷିବ

weather

ଭୁବନେଶ୍ୱର: ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ବୋଲି ପାଣିବାଗ ବିଭାଗରୁ ସୂଚନା ମିଳିଛି ।  ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ହେବ । ଏଥିସହିତ ଆସନ୍ତା ୩ ଦିନ ପାଇଁ ଏହାର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

୭ଟି ଜିଲ୍ଲା ପାଇଁ ଅରେଞ୍ଜ୍ ଓ ୮ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।  ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି।

 

Click to comment

Leave a Reply

Your email address will not be published. Required fields are marked *

Most Popular

To Top