ଖେଳ

ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ଅନେକ ଜିଲ୍ଲାରେ ଆଗାମୀ 24 ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ରାଜ୍ୟ ତଥା ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକାଧିକ ଘୂର୍ଣ୍ଣିବଳୟ ଟ୍ରଫ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଯାହା ଫଳରେ ଶୁକ୍ରବାର ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଏକ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ପ୍ରଦାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଏହି ସମୟ ମଧ୍ୟରେ ରାଜ୍ୟର ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ଼, ଦେଓଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top