ଧର୍ମ

ପୁରୀରେ ୬୦ ହଜାର ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳ ସହ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ…

Supreme Court Puri

ପୁରୀ: ପୁରୀ ଶ୍ରୀମନ୍ଦିର ସଂସ୍କାର ମାମଲାରେ ଆଜି ମଧ୍ୟବର୍ତ୍ତୀକାଳୀନ ରାୟ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠରେ ଶ୍ରୀମନ୍ଦିର ସଂସ୍କାର ସମ୍ପର୍କିତ 22ଟି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଶ୍ରୀମନ୍ଦିରରେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ସହ 60 ହଜାର ଭକ୍ତଙ୍କ ପାଇଁ ଆଶ୍ରୟସ୍ଥଳ ନିର୍ମାଣ କରିବାକୁ ନିର୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସହରର ନାଳ ନର୍ଦ୍ଦମା ପାଇଁ ସ୍ୱରେଜ୍‌ ଟ୍ରିଟ୍‌ମେଣ୍ଟ ପ୍ଲାନ୍‌ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦେଶ ଦିଆଯାଇଛି ।

ଜଗନ୍ନାଥ ସଂସ୍କୃତି ପ୍ରଚାର ଓ ପ୍ରସାର ପାଇଁ ସ୍କୁଲ ଓ କଲେଜ ଖୋଲାଯିବ । ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ମିଶି ପ୍ରତିଷ୍ଠା କରିବେ ସ୍କୁଲ କଲେଜ । ଏହା ସହ ଶ୍ରୀମନ୍ଦିର ସମ୍ପତ୍ତିର ବିବରଣୀ ଦେବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି । ସେହିପରି ନୀତିକାନ୍ତି ଅନୁଯାୟୀ ସମସ୍ତ ପରମ୍ପରା କାର୍ଯ୍ୟକାରୀ କରିବାକୁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ମନ୍ଦିର ପରିସରରେ ମହିଳାଙ୍କୁ ଅସଦାଚରଣ ଓ ପକେଟମାର ଭଳି ଘଟଣା ଯେପରି ନଘଟେ ସେଥିପ୍ରତି ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top