ନ୍ୟୁଜ୍

ରାଜ୍ୟର ୯ଟି ଜିଲ୍ଲାରେ ରହିଛି କାଳବୈଶାଖୀ ସମ୍ଭାବନା

rain

ଭୁବନେଶ୍ୱର: ଆଜି ରାତି ସୁଦ୍ଧା ରାଜ୍ୟର କେତୋଟି ଜିଲ୍ଲାରେ ହେବ କାଳବୈଶାଖୀ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବାବେଳେ ତତଲା କଡ଼େଇରେ ପରିଣତ ହୋଇଛି କେତୋଟି ଜିଲ୍ଲା । ଟିଟଲାଗଡ଼ ସବୁଠାରୁ ଅଧିକ ଉତତ୍ପ ସହର ଭାବେ ପରିଣତ ହୋଇଛି । ତେବେ ଆଜି (ଗୁରୁବାର) ରାତି ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏହି ସତର୍କ ସୂଚନାରେ କୁହାଯାଇଛି ଯେ ଆଜି ସନ୍ଧ୍ୟା ପରଠାରୁ ରାତି ମଧ୍ୟରେ ଏହି ସମସ୍ତ ଜିଲ୍ଲାରେ  କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ । ଏଥିସହ ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top