X
Breaking News
ନ୍ୟୁଜ୍

୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

Heavy Rain

ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏତିକି ବେଳେ କାଳବୈଶାଖୀ ଜନିତ ବର୍ଷା ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଓ ବଜ୍ରପାତ ହୋଇପାରେ ।

ଆସନ୍ତା 24 ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ନୟାଗଡ଼, ଭଦ୍ରକ, କଟକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସାଟେଲାଇଟ୍‌ ଚିତ୍ର ଓ ଡପ୍‌ଲର ରାଡାର ସୂଚନାକୁ ଆଧାର କରି ପାଣିପାଗ କେନ୍ଦ୍ର  ଏହି ସୂଚନା ଦେଇଛି । ସୂଚନା ଅନୁସାରେ, ରାଜ୍ୟର ଏହି ସମସ୍ତ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହଠାତ୍‌ ପାଗରେ ପରିବର୍ତ୍ତନ ହେବା ସହ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଆରମ୍ଭ ହୋଇଯିବ। ଏହାସହ ପବନର ବେଗ ମଧ୍ୟ ଘଣ୍ଟା ପ୍ରତି ୩୦ର ୪୦ କିଲୋମିଟର ରହିବ ବୋଲି ସୂଚନା ରହିଛି । ସେହିପରି ବଜ୍ରପାତର ଆଶଙ୍କା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବାକୁ ଜାରି ସତର୍କ ସୂଚନାରେ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top