ନ୍ୟୁଜ୍

ସେପ୍ଟେମ୍ୱର 5ରେ ଯୁକ୍ତ ଦୁଇ କଳା ରେଜଲ୍ଟ

ଭୁବନେଶ୍ୱର : ସେପ୍ଟେମ୍ୱର 5 ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ସେପ୍ଟେମ୍ୱର 5 ତାରିଖ ଅପରାହ୍ନ 4ଟାରେ ଫଳ ପ୍ରକାଶ ପାଇବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ।
ସୂଚନାଯୋଗ୍ୟ ଯେ, ଚଳିତବର୍ଷ ୨ ଲକ୍ଷ ୨୫ ହଜାର ଛାତ୍ରଛାତ୍ରୀ କଳା ଓ ୭ ହଜାର ୭୫୦ ଛାତ୍ରଛାତ୍ରୀ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେଇଛନ୍ତି। ଗତ ୧୨ ତାରିଖରେ ବିଜ୍ଞାନ ଓ ୧୯ ତାରିଖରେ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top