ଦେଶ

ପଶ୍ଚିମବଙ୍ଗରେ ପହଞ୍ଚିଲେ ପିଏମ ମୋଦି

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ପହଞ୍ଚିଲେ ପିଏମ ମୋଦି । ଏୟାରପୋର୍ଟରେ ପହଞ୍ଚିଲା ପରେ ପିଏମ ମୋଦିଙ୍କୁ ସ୍ୱାଗତ ଜଣାଇଥିଲେ  ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ।  ସେଠାରେ ମୋଦି  ଅଧିକାରୀମାନଙ୍କ ସହ ଏକ ବୈଠକ କରିବେ । ଏହାପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ସହ ହେଲିକାପ୍ଟରରେ  ବାତ୍ୟା ଅମ୍ଫାନ ପରେ ସୃଷ୍ଟି ହୋଇଥିବା ପରିସ୍ଥିତର ଅନୁସନ୍ଧାନ କରିବେ ।  ଏହାପରେ  ଅପରାହ୍ନ 2ଟା 50 ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ।

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ । ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଶାର 4 ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାତ୍ୟାସ୍ଥଳୀ ବୁଲିବା ପରେ 5ଟା ବେଳେ ରାଜ୍ୟ ସରକାରଙ୍କ ସହ ରିଲିଫ ଓ ବିପନ୍ନଙ୍କ ଥଇଥାନ ନେଇ ସମୀକ୍ଷା ବୈଠକ କରିବେ ମୋଦି । ରାତି 8ଟା 25ରେ ଦିଲ୍ଲୀ ଫେରିଯିବେ ପ୍ରଧାନମନ୍ତ୍ରୀ  ।

ଗସ୍ତର କାର୍ଯ୍ୟସୂଚୀ- ପୂର୍ବାହ୍ନ ୧୦: ୪୫ ମିନିଟ୍‌ରେ ପ୍ରଧାନମନ୍ତ୍ରୀ କୋଲ୍‌କାତା ବିମାନ ବନ୍ଦରରେ ଅବତରଣ କରିବେ। ୧୦: ୫୦ ମିନିଟ୍‌ରେ ସେଠାରୁ ହେଲିକପ୍ଟର୍ ଯୋଗେ ବସିରହାଟ ଯାଇ ଆକାଶମାର୍ଗରୁ ସ୍ଥିତି ସ‌େର୍ବେକ୍ଷଣ କରିବେ। ୧୧: ୨୦ରେ ପ୍ରଧାନମନ୍ତ୍ରୀ ବସିରହାଟ ଠାରେ ରାଜ୍ୟ ଅଧିକାରୀମାନଙ୍କ ସହ ଏକ ବୈଠକରେ ଯୋଗ ଦେବେ। ସେଠାରୁ ଅପରାହ୍ଣ ୧୨: ୫୦ରେ କୋଲ୍‌କାତା ଅଭିମୁଖେ ଯାତ୍ରା ଆରମ୍ଭ କରିବେ। ଅପରାହ୍ଣ ୧: ୨୦ରେ କୋଲ୍‌କାତା ବିମାନ ବନ୍ଦରରେ ପହଞ୍ଚି ୧: ୩୦ରେ ଭୁବନେଶ୍ବର ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

 

Click to comment

Leave a Reply

Your email address will not be published. Required fields are marked *

Most Popular

To Top