ଧର୍ମ

ଆଜି ପବିତ୍ର ହେରା ପଞ୍ଚମୀ, ଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ ମହାଲକ୍ଷ୍ମୀ

HeraPanchami

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ବିଧି ପରମ୍ପରା ପୂର୍ବକ ଆଡପମଣ୍ଡପରେ ବିରାଜିତ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବେ । ରୁକ୍ମଣୀ ହରଣ ଏକାଦଶୀ ଦିନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସହ ମହାଲକ୍ଷ୍ମୀଙ୍କ ବିବାହ ଯଥା ବିଧି ଆଧାରରେ ସମ୍ପର୍ଣ୍ଣ ହୋଇଥିଲା । ଗଇଁଠାଳ ଫିଟି ନଥିବା ବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର ପିଣ୍ଡିରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ ବଡଭାଇ ଓ ଭଉଣୀଙ୍କ ସାଙ୍ଗରେ ନେଇ ଜନ୍ମବେଦୀକୁ ଯାତ୍ରା କରିଛନ୍ତି । ଦୀର୍ଘଦିନ ଧରି ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କ ସାକ୍ଷାତ ହୋଇନାହିଁ । ମହାଲକ୍ଷ୍ମୀ ବ୍ୟସ୍ତ ବିବ୍ରତ ହୋଇପଡିଛନ୍ତି । ଆଜି ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ ।

ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ଖବର ପହଞ୍ଚିବା ପରେ ମହାପ୍ରଭୁ ଗତକାଲି ବନକଲାଗି ହୋଇଛନ୍ତି । ଆଜି ସଂଧ୍ୟା ଆରତୀ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ। ନନ୍ଦିଘୋଷ ରଥ ନିକଟରେ ମହାଲକ୍ଷ୍ମୀ ପହଞ୍ଚିବା ପରେ ପତ୍ତିମହାପାତ୍ର ସେବାୟତ କର୍ପୂର ବନ୍ଦାପନା,ବଳିତା ବନ୍ଦାପନା, ଚାଉଳ ବନ୍ଦାପନା ଇତ୍ୟାଦି କରିବେ। ସେପଟେ ଗୁଣ୍ଡିଚା ମନ୍ଦିରକୁ ମହାଲକ୍ଷ୍ମୀ ଯିବାବେଳେ ମହାପ୍ରଭୁଙ୍କ ଠାରୁ ମୁଖଚୁମ୍ବିତ ଅଧରମାଳା ମହାଲକ୍ଷ୍ମୀଙ୍କୁ ପ୍ରଦାନ କରାଯିବ।

ସେହି ସମୟରେ ସଂଧ୍ୟାଧୂପ ଚାଲିଥିବା ବେଳେ ଟେରା ପଡିଥିବ। ମହାପ୍ରଭୁଙ୍କ ଭେଟ ନପାଇ ରାଗରେ ଅଭିମାନ କରିବେ ମା ମହାଲକ୍ଷ୍ମୀ। ସେପଟେ ରାଗ ଜର୍ଜରିତ ଅଭିମାନୀନି ମହାଲକ୍ଷ୍ମୀ ନାକଚଣା ଦ୍ୱାର ଦେଇ ପ୍ରସ୍ଥାନ କରିବା ସମୟରେ ଭିତରଚ୍ଛ ମହାପାତ୍ର ଦହିପଟି ମଣୋହି ନୀତି କରିବେ। ଏହାପରେ ଅଭିମାନୀନି  ମହାଲକ୍ଷ୍ମୀ ନନ୍ଦିଘୋଷ ରଥର ଚକ ଭାଙ୍ଗି ବଡଦାଣ୍ଡ ଦେଇ ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରସ୍ଥାନ କରିବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top