ଜୀବନ ମନ୍ତ୍ର

ଶ୍ରୀମନ୍ଦିରରେ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ ।

ମହାପ୍ରଭୁଙ୍କ ଆଲଟ ଲାଗି ନୀତି ସରିବା ପରେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀ ବିବାହ ପ୍ରସ୍ତାବ ଜଣାଇବେ । ତାପରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି ସରି ସୁସଜ୍ଜିତ ରଥରେ ମଦନମୋହନ ଘଣ୍ଟ,ଛତା, କାହାଳି ଓ ପଟୁଆର ମଧ୍ୟରେ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ। ଆସନ୍ତାକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ରୁକ୍ମିଣୀ ବିବାହ ଉତ୍ସବ ବିଧି ଅନୁସାରେ ପାଳନ କରାଯିବ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top