ନ୍ୟୁଜ୍

ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକଙ୍କୁ କରୋନା

soumyaranjan pattnaik

ଅର୍ଗସ ବ୍ୟୁରୋ : ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୌମ୍ୟରଂଜନ ପଟ୍ଟନାୟକ ଏନେଇ ଟ୍ଵିଟ୍ କରି ସୂଚନା ଦେଇଛନ୍ତି। ସେ ତାଙ୍କ ଟ୍ଵିଟରେ ଲେଖିଛନ୍ତି ଯେ, ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି ।

ସୌମ୍ୟରଂଜନଙ୍କ ପୂର୍ବରୁ ପୋଲସରା ବିଧାୟକ, ନୀଳଗିରି ବିଧାୟକ ଓ ସାଲେପୁର ବିଧାୟକ ପଜିଟିଭ ଚିହ୍ନଟ ହୋଇଥିଲେ । ଏହାଛଡା ବରଗଡ ସାଂସଦ ସୁରେଶ ପୁଜାରୀ ମଧ୍ୟ ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଙ୍କ ପରାମର୍ଶ ମାନି ହସ୍ପିଟାଲରେ ଭର୍ତି ହୋଇଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top