ନ୍ୟୁଜ୍

ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ

murder

ମୟୁରଭଞ୍ଜ:   ପୁଅର ଟାଙ୍ଗିଆ ଚୋଟରେ ବାପର ମୃତ୍ୟୁ ଘଟିଛି । ଏମିତି ଏକ ଲୋମହର୍ଷଣଣକାରୀ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ରଙ୍ଗଜାମ୍ ଗାଁରେ । ପାରିବାରିକ କଳହରୁ ଏହି ଏଭଳି କାଣ୍ଡ ଘଟିଥିବା ଜଣାପଡିଛି ।

ସୂଚନାନୁସାରେ,  ଆଜି ସକାଳ ସମୟରେ ପୁଅ ରମେଶ ସୋରେନ ଏବଂ ବାପା ରାବଣ ସୋରେନଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ପୁଅ ରମେଶ ଏକ ଟାଙ୍ଗିଆ ସାହାଯ୍ୟରେ ବାପାକୁ ଅତି ନୃଶଂସ ଭାବରେ ହତ୍ୟା କରିଥିଲେ । ଖବରପାଇ ରାସଗୋବିନ୍ଦପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ପୁଅକୁ ଅଟକ ରଖିବା ସହ ଏଥିରେ ବ୍ୟବହୃତ ହୋଇଥିବା ଟାଙ୍ଗିଆକୁ ମଧ୍ୟ ଜବତ କରିଛି । ଶବ ବ୍ୟେବଛେଦ ପାଇଁ ପଠାଇବାର ବ୍ୟବସ୍ଥା କରିବା ସହ ଅଧିକ ତଦନ୍ତ ଜାରୀ ରଖିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top