ଦେଶ

ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି: ଘୋଷଣା କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପ୍ରସଙ୍ଗରେ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବ ବିଜେଡି ।  ଏନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇଥିଲେ ନୀତୀଶ କୁମାର । ପୂର୍ବରୁ ଫୋନରେ ମଧ୍ୟ ସମର୍ଥନ କରିବାକୁ ନୀତୀଶ ଅନୁରୋଧ କରିଥିଲେ । ତେବେ ଜେଡିୟୁର ହରିବଂଶ ନାରାୟଣ ସିଂଙ୍କୁ ପ୍ରାର୍ଥୀ କରିଛି ଏନଡିଏ । ଅନ୍ୟପଟେ ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି ଆରଜେଡିର ସାଂସଦ ମନୋଜ ଝା ।ଆଜି ଅପରାହ୍ନ ୩ଟାରେ ନିର୍ବାଚନ ଅନୁଷ୍ଠିତ ହେବ । ସେପଟେ ଆଜି ଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ସଂସଦ ଆରମ୍ଭ ହେବା ମାତ୍ରେ ରାଜ୍ୟସଭାର ଡେପୁଟି ଚେୟାରମ୍ୟାନ ପଦବୀ ପାଇଁ ନିର୍ବାଚନ ହେବ । ଅଧିବେଶନର ପ୍ରଥମ ଦିନରେ ନିର୍ବାଚନ କରାଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top