ଅପରାଧ

ଜାମୁକୋଳି ବଗିଚାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ

ଗଞ୍ଜାମ:  ଜାମୁକୋଳି ବଗିଚାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ । ଗଞ୍ଜାମ ଜିଲ୍ଲା ପାଟପୁର ଥାନା ରାମଚନ୍ଦ୍ରପୁର ଜାମକୋଳି ବଗିଚାରୁ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ନାମ ରାହୁଲ ବିଷୋୟୀ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ପାଟପୁର ଥାନା ରାମଚନ୍ଦ୍ରପୁର ଜାମକୋଳି ବଗିଚାରୁ ମୃତଦେହ ଝୁଲୁଥିବାର ଦେଖିବାକୁ ମିଳିଥିଲା ।

ଏହାପରେ ତୁରନ୍ତ ସ୍ଥାନୀୟ ପୋଲିସ ଖବର ଦିଆଯାଇଥିଲା । ଖବର ମିଳିବାମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ସେପଟେ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିଛି । ରାହୁଲ ଯୁକ୍ତ ଦୁଇରେ ଦ୍ୱିତୀୟ ବର୍ଷର ଛାତ୍ର । ପରିବାର ଅନୁଯାୟୀ ରାହୁଲଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ଅଭିଯୋଗ ହୋଇଛି । ଘଟଣାସ୍ଥଳରେ ପାଟପୁର ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top