ନ୍ୟୁଜ୍

‘ବନ୍ଦେ ଉତ୍କଳ ଜନନୀ’ ହେଲା ରାଜ୍ୟ ସଂଗୀତ, ଜାଣନ୍ତୁ ସଂଗୀତ ଗାନବେଳେ କେଉଁସବୁ ନିୟମ ପାଳନ କରିବେ

cabinet

ଭୁବନେଶ୍ୱର:  କାନ୍ତକବିଙ୍କ ରଚିତ ସମ୍ପୂର୍ଣ୍ଣ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀକୁ ମିଳିଲା ରାଜ୍ୟ ସଂଗୀତ ମାନ୍ୟତା । ରାଜ୍ୟ କ୍ୟାବିନେଟର ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏହି ସଙ୍ଗୀତ ଗାୟନର ଅନୁମୋଦିତ ସ୍ୱର, ଶୈଳୀ ତଥା ରେକର୍ଡିଂ ଓଡ଼ିଶା ସରକାରଙ୍କର ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ୱାରା ପ୍ରସ୍ତୁତ କରାଯିବା ପାଇଁ ସ୍ଥିର କରାଯାଇଛି । ରାଜ୍ୟ ସରକାରଙ୍କର ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ, ବିଧାନସଭାର ଅଧିବେଶନ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଭାବରେ ଆୟୋଜିତ ସରକାରୀ କାର୍ଯ୍ୟକ୍ରମରେ ଏହି ସଙ୍ଗୀତର ବିନା ବାଦ୍ୟରେ ପ୍ରସ୍ତୁତ ଅନୁମୋଦିତ ସଂସ୍କରଣ ପରିବେଷଣ ଓ ଗାନ କରାଯିବ ।

ବିଦ୍ୟାଳୟ, ମହାବିଦ୍ୟାଳୟ, ଅନ୍ୟାନ୍ୟ ସଭାସମିତି ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ପୃଷ୍ଠ ସଙ୍ଗୀତ କିମ୍ବା ବାଦ୍ୟଯନ୍ତ୍ର ସଙ୍ଗତ ସହିତ ଏହାକୁ ପରିବେଷଣ ଓ ଗାନ କରାଯିବ । ଉଦଘାଟନୀ, ଉଦଯାପନୀ ଓ ଉବୋଧନୀ ସଙ୍ଗୀତ ଭାବରେ ଏହା ଗାନ କରାଯିବା ସମୟରେ ଏହି ରାଜ୍ୟ ସଙ୍ଗୀତ ପ୍ରତି ସମ୍ମାନ ପ୍ରଦର୍ଶନ ପୂର୍ବକ ଉପସ୍ଥିତ ସମସ୍ତେ ସଙ୍ଗୀତ ଆରମ୍ଭରୁ ଶେଷ ପର‌୍ୟ୍ୟନ୍ତ ଦଣ୍ଡୀୟମାନ ରହିବେ । ମାତ୍ର ବୟସ୍କ, ଅସୁସ୍ଥ, ଭିନ୍ନକ୍ଷମ, ଗର୍ଭବତୀ ମହିଳା ଯେଉଁମାନେ ନିଜର ଉପଭୋକ୍ତା ଅକ୍ଷମତା କାରଣରୁ ଦଣ୍ଡାୟମାୱ ହେବାରେ ଅସୁବିଧା ଅନୁଭବ କରୁଥିବେ ସେମାନେ ଏହି ସଙ୍ଗୀତ ପରିବେଷଣ ଓ ଗାନ ସମୟରେ ନିଜ ସ୍ଥାନରେ ନମ୍ର ଭାବରେ ବସି ରହି ଏଥିପ୍ରତି ସମ୍ମାନ ପ୍ରଦର୍ଶନ କରିପାରିବେ ।

ଶିଶୁମାନଙ୍କୁ ମଧ୍ୟ ଏହି ସଙ୍ଗୀତ ପରିବେଷଣ ଓ ଗାନ ସମୟରେ ଦଣ୍ଡାୟମାନ ରହିବାରୁ ଅବ୍ୟାହତି ଦିଆଗଲା । ଏହି ସଙ୍ଗୀତ ପୋଲିସ ବ୍ୟାଣ୍ଡ, ବଂଶୀ, ସିତାର ଭଳି ବିଭିନ୍ନ ବାଦ୍ୟଯନ୍ତ୍ର ମାଧ୍ୟମରେ ମଧ୍ୟ ପରିବେଷଣ କରାଯିବ । ଏହି ସଙ୍ଗୀତର ପ୍ରଚାର ପ୍ରସାର ତଥା ଅଭିବୃଦ୍ଧି ନିମନ୍ତେ ଏହାର ସୃଜନାତ୍ମକ ପରିବେଷଣ ଉପରେ କୌଣସି କଟକଣା ରହିବ ନାହିଁ । ବିଦ୍ୟାଳୟ ଓ ମହାବିଦ୍ୟାଳୟ ପାଠ୍ୟକ୍ରମରେ ଏହି ସଙ୍ଗୀତକୁ ଅନ୍ତର୍ଭୁକ୍ତ କରିବା ପାଇଁ ବିଦ୍ୟାଳୟ ଓ ଗଣଶି୭ା ବିଭାଗ ଓ ଉଚ୍ଚଶିକ୍ଷା ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top