ନ୍ୟୁଜ୍

ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

dp

ଭୁବନେଶ୍ୱର:  ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପେଟ୍ରୋଲିୟ ଓ ଇସ୍ପାତ କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନକୁ ଭୁରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ଧର୍ମେନ୍ଦ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ସେ ତାଙ୍କର ଦୀର୍ଘାୟୁ କାମନା କରିବା ସହ ମହାପ୍ରଭୁ ଜଗନ୍ନାଥ ତାଙ୍କ ଚଲାପଥ କୁସୁମିତ କରନ୍ତୁ ବୋଲି ସେ କାମନା କରିଛନ୍ତି । ଏହାସହ ବିଭିନ୍ନ ମହଲରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶୁଭେଚ୍ଛାର ଶୁଅ ଛୁଟୁଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top