ନ୍ୟୁଜ୍

ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷିବ

RAIN

ଭୁବନେଶ୍ୱର : ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସହି ଜିଲ୍ଲାଗୁଡିକ ହେଲା ମୟୂରଭଂଜ, କେନ୍ଦୁଝର, ଢେଙ୍କାନାଳ ଓ ଅନୁଗୁଳ । ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗୀର, ଅନୁଗୁଳ, ସୋନପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା‌ର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ଦୁଇ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଜୁନ୍‌ ୧ରୁ ଜୁଲାଇ ୨୭ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଭାବେ ୫୧୧.୬ ମିମି ବର୍ଷା ହୋଇଥାଏ। କିନ୍ତୁ ଚଳିତ ବର୍ଷ ଏହା ୪୫୮.୪ ମିମି ରେକର୍ଡ କରାଯାଇଛି। ଅର୍ଥାତ୍‌ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦% ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ଝାରସୁଗୁଡ଼ା ଓ ନୂଆପଡ଼ାରେ ସର୍ବାଧିକ ଓ ଅତିରିକ୍ତ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଯାଇଛି। ଏଥିମଧ୍ୟରୁ ପୁରୀ, ଖୋର୍ଦ୍ଧା , ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଆଦି ୫ଟି ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ ବର୍ଷା ହୋଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ୩ ଜିଲ୍ଲା ଯଥା, ମୟୂରଭଞ୍ଜ, କେନ୍ଦୁଝର ଓ ସୋନ୍‌ପୁର‌ ବି ନିଅଣ୍ଟିଆ ବର୍ଷା ଜିଲ୍ଲାରେ ସାମିଲ ହୋଇଛି। ଅପରପକ୍ଷେ ଗତ ୨୪ଘଣ୍ଟା ମଧ୍ୟ‌ରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହୋଇଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top