ନ୍ୟୁଜ୍

ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ଆଜି  ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା । ଏଥିସହ କିଛି କିଛି ଜିଲ୍ଲାରେ ପବନର ହେବାର ମଧ୍ୟ ଆଶଙ୍କା ରହିଛି  । ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାପରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ପହଞ୍ଚିବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ର ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ସୋମବାର ଦିନ ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଏହି ୪ଟି ଜିଲ୍ଲା ସମେତ କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବାଲେଶ୍ବର, ସୋନପୁର, ବୌଦ୍ଧ ଓ ମାଲକାନଗିରିରେ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବ।

ରାଜ୍ୟରେ ଏବେ କାଳବୈଶାଖୀ ଲାଗି ରହୁଥିବାରୁ ତାପମାତ୍ରା ଧୀରେଧୀ‌ରେ କମିବା‌ରେ ଲାଗିଛି। ଏବେ ମାତ୍ର ୪ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି। ୪୦.୫ ଡିଗ୍ରି ତାପମାତ୍ରା ସହ ବଲାଙ୍ଗୀର ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଏହା ପଛକୁ ରହିଥିଲା ସୋନ୍‌ପୁର (୪୦.୪ ), ମାଲ୍‌କାନଗିରି (୪୦ ) ଓ ବୌଦ୍ଧ (୪୦)। ଆସନ୍ତା ୩/୪ ଦିନ ମଧ୍ୟରେ ରାଜ୍ୟର ତାପମାତ୍ରାରେ ସେମିତି କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top