ନ୍ୟୁଜ୍

ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହୋଇପାରେ, ପାଣିପାଗ ବିଭାଗର ସୂଚନା

rain

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଦିନ ଚାଲିଥିବାବେଳେ ଚଳିତ ବର୍ଷ ବର୍ଷାର ପରିମାଣ କମ୍‌ ରହିଛି । ଏଭଳି ସ୍ଥିତିରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସୂଚନା ମିଳିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଓଡିଶାର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଆକଳନ କରାଯାଇଛି । ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top