ନ୍ୟୁଜ୍

ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ! ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

weather

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ଧରି ପ୍ରବଳ ବର୍ଷା ଲାଗି ରହିଥିବାବେଳେ ଆଜି ବର୍ଷା ସାମାନ୍ୟ କିମିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ୧୦ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଭଦ୍ରକ, କେନ୍ଦ୍ରାପଡ଼ା,ବାଲେଶ୍ୱର ଓ ମୟୁରଭଞ୍ଜ ଆଦି ରହିଛି । ପୁଣି ରାଜ୍ୟରେ ୩ରୁ ୪ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ରହିଛି ।

ସୂଚନାନୁସାରେ, ଗତ କିଛି ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା । ଯାହା ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲେ । ସେପଟେ ସ୍ଥିତି ସାମାନ୍ୟ କମିଥିବାବେଳେ ଏବେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top